24ସେଥିର ଆଲୋକରେ ଜାତିସମୂହ ଗମନାଗମନ କରିବେ, ପୁଣି, ପୃଥିବୀର ରାଜାମାନେ ଆପଣା ଆପଣା ଐଶ୍ୱର୍ଯ୍ୟ ତାହା ମଧ୍ୟକୁ ଆଣିବେ।
25ସେଥିର ଦ୍ୱାରସମୂହ ଦିନବେଳେ କଦାପି ରୁଦ୍ଧ ହେବ ନାହିଁ, କାରଣ ସେ ସ୍ଥାନରେ ରାତ୍ରି ହେବ ନାହିଁ।
26ଲୋକେ ଜାତିସମୂହର ଐଶ୍ୱର୍ଯ୍ୟ ଓ ମହିମା ତାହା ମଧ୍ୟକୁ ଆଣିବେ।
27କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।