ପ୍ରକାଶିତ 22

ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।

Revelation 22:10 (UKJV) And he says unto me, Seal not the sayings of the prophecy of this book: for the time is at hand.

8ମୁଁ ଯୋହନ ସ୍ୱୟଂ ଏହି ସମସ୍ତ ଶ୍ରବଣ ଓ ଦର୍ଶନ କରିବା ପରେ, ଯେଉଁ ଦୂତ ମୋତେ ଏହି ସମସ୍ତ ଦର୍ଶନ କରାଇଲେ, ମୁଁ ତାହାଙ୍କ ପାଦ ତଳେ ପ୍ରଣାମ କରିବା ନିମନ୍ତେ ଉବୁଡ଼ ହେଲି।

9କିନ୍ତୁ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, କାରଣ ମୁଁ ତୁମ୍ଭର, ତୁମ୍ଭର ଭ୍ରାତୃବୃନ୍ଦ ଭାବବାଦୀମାନଙ୍କର ଓ ଏହି ପୁସ୍ତକର ବାକ୍ୟ ପାଳନକାରୀମାନଙ୍କର ସହଦାସ; ଈଶ୍ବରଙ୍କୁ ପ୍ରଣାମ କର।

10ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।

11ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।

12“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.