ପ୍ରକାଶିତ 22

“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।

Revelation 22:12 (UKJV) And, behold, I come quickly; and my reward is with me, to give every man according as his work shall be.

10ଆଉ ସେ ମୋତେ କହିଲେ, ତୁମ୍ଭେ ଏହି ପୁସ୍ତକର ଭାବବାଣୀସବୁ ମୁଦ୍ରାଙ୍କିତ କର ନାହିଁ, କାରଣ ସମୟ ସନ୍ନିକଟ।

11ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।

12“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।

13ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।

14ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.