11ଯେ ଅଧର୍ମାଚାରୀ, ସେ ଆହୁରି ଅଧର୍ମାଚରଣ କରୁ; ଯେ ଅଶୁଚି, ସେ ଆହୁରି ଅଶୁଚି ହେଉ; ପୁଣି, ଯେ ଧାର୍ମିକ, ସେ ଆହୁରି ଧର୍ମାଚରଣ କରୁ; ଯେ ପବିତ୍ର ସେ ଆହୁରି ପବିତ୍ର ହେଉ।
12“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।
13ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।
14ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।
15କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।