12“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ପ୍ରତ୍ୟେକ ଲୋକକୁ ତାହାର କର୍ମାନୁସାରେ ଫଳ ଦେବାକୁ ଆମ୍ଭର ପୁରସ୍କାର ଆମ୍ଭ ସଙ୍ଗରେ ଅଛି।
13ଆମ୍ଭେ ଆଲଫା ଏବଂ ଓମେଗା, ପ୍ରଥମ ଓ ଶେଷ, ଆଦି ଓ ଅନ୍ତ।
14ଜୀବନ ବୃକ୍ଷର ଅଧିକାରୀ ହେବା ନିମନ୍ତେ ଓ ଦ୍ୱାର ଦେଇ ନଗରୀରେ ପ୍ରବେଶ କରିବା ନିମନ୍ତେ ଯେଉଁମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତି, ସେମାନେ ଧନ୍ୟ।
15କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।
16ଆମ୍ଭେ ଯୀଶୁ, ମଣ୍ଡଳୀମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଏହି ସମସ୍ତ ସାକ୍ଷ୍ୟ ଦେବା ପାଇଁ ଆମ୍ଭର ଦୂତକୁ ପ୍ରେରଣ କରିଅଛୁ। ଆମ୍ଭେ ଦାଉଦଙ୍କ ମୂଳ ଓ ବଂଶଜ, ସେହି ଉଜ୍ଜ୍ୱଳ ପ୍ରଭାତୀ ତାରା।”