ପ୍ରକାଶିତ 22

ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।

Revelation 22:19 (UKJV) And if any man shall take away from the words of the book of this prophecy, God shall take away his part out of the book of life, and out of the holy city, and from the things which are written in this book.

17ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।

18ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ;

19ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।

20ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି, ସେ କହନ୍ତି, “ସତ୍ୟ, ଆମ୍ଭେ ଶୀଘ୍ର ଆସୁଅଛୁ।” ଆମେନ୍‍, ହେ ପ୍ରଭୁ ଯୀଶୁ, ଆସନ୍ତୁ।

21ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ସମସ୍ତଙ୍କ ସହବର୍ତ୍ତୀ ହେଉ। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.