ପ୍ରକାଶିତ 22

କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।

Revelation 22:3 (UKJV) And there shall be no more curse: but the throne of God and of the Lamb shall be in it; and his servants shall serve him:

1ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।

2ସେହି ନଦୀର ଉଭୟ ପାର୍ଶ୍ୱରେ ଦ୍ୱାଦଶ ଥର ଫଳଦାୟକ ଜୀବନ-ବୃକ୍ଷ ଅଛି, ସେଥିରେ ପ୍ରତିମାସରେ ଫଳ ଫଳେ, ପୁଣି, ସେହି ବୃକ୍ଷର ପତ୍ର ଜାତିସମୂହର ଆରୋଗ୍ୟକାରକ।

3କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।

4ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।

5ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.