3କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।
4ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।
5ରାତ୍ରି ଆଉ ହେବ ନାହିଁ, ସେମାନଙ୍କର ପ୍ରଦୀପ କି ସୂର୍ଯ୍ୟର ଆଲୋକର ପ୍ରୟୋଜନ ହେବ ନାହିଁ, କାରଣ ପ୍ରଭୁ ଈଶ୍ବର ସେମାନଙ୍କ ଉପରେ ଆଲୋକ ସ୍ୱରୂପ ହେବେ, ପୁଣି, ସେମାନେ ଯୁଗେ ଯୁଗେ ରାଜତ୍ୱ କରିବେ।
6ପରେ ସେ ମୋତେ କହିଲେ, ଏହି ସମସ୍ତ ବାକ୍ୟ ବିଶ୍ୱାସଯୋଗ୍ୟ ଓ ସତ୍ୟ; ଯାହା ଯାହା ଶୀଘ୍ର ଘଟିବ, ସେହିସବୁ ଆପଣା ଦାସମାନଙ୍କୁ ଦେଖାଇବା ନିମନ୍ତେ ପ୍ରଭୁ, ଭାବବାଦୀମାନଙ୍କ ଆତ୍ମାସମୂହର ଈଶ୍ବର, ଆପଣା ଦୂତଙ୍କୁ ପ୍ରେରଣ କରିଅଛନ୍ତି।
7“ଦେଖ, ଆମ୍ଭେ ଶୀଘ୍ର ଆସୁଅଛୁ; ଯେ ଏହି ପୁସ୍ତକର ଭାବବାଣୀସବୁ ପାଳନ କରେ, ସେ ଧନ୍ୟ।”