1“ସାର୍ଦ୍ଦୀ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ବରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ।
2ଜାଗ୍ରତ ହୁଅ, ପୁଣି, ମୃତ୍ୟୁ ନିମନ୍ତେ ପ୍ରସ୍ତୁତ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ବରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ।
3ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;