ପ୍ରକାଶିତ 3

ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।

Revelation 3:11 (UKJV) Behold, I come quickly: hold that fast which you have, that no man take your crown.

9ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

10ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।

11ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।

12ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।

13ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.