12ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ବରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆପଣା ଈଶ୍ବରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ବରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ।
13ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
14“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
15ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।
16ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।