13ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
14“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
15ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।
16ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।
17ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;