14“ଲାଅଦିକିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ୱସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ବରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
15ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା।
16ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ପ୍ରତ୍ୟାଖ୍ୟାନ କରିବାକୁ ଯାଉଅଛୁ।
17ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଗ୍ନ, ଏହା ଜାଣ ନାହିଁ;
18ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଗ୍ନତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ।