20ଦେଖ, ମୁଁ ଦ୍ୱାର ନିକଟରେ ଠିଆ ହୋଇ ଆଘାତ କରୁଅଛି; ଯଦି କେହି ମୋହର ସ୍ୱର ଶୁଣି ଦ୍ୱାର ଫିଟାଇଦେବ, ତାହାହେଲେ ମୁଁ ପ୍ରବେଶ କରି ତାହା ନିକଟକୁ ଯିବି, ପୁଣି, ତାହା ସହିତ ଭୋଜନ କରିବି ଓ ସେ ମୋ ସହିତ ଭୋଜନ କରିବ।
21ମୁଁ ଯେପରି ଜୟ କରି ମୋହର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛି, ସେପରି ଯେ ଜୟ କରେ, ମୁଁ ତାହାକୁ ମୋ ସହିତ ମୋହର ସିଂହାସନରେ ବସିବାକୁ ଦେବି।
22ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”