3ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ-ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;
4ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ।
5ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ।
6ମଣ୍ଡଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ।”
7“ଫିଲାଦେଲ୍ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,