ପ୍ରକାଶିତ 3

ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

Revelation 3:9 (UKJV) Behold, I will make them of the synagogue of Satan, which say they are Jews, and are not, but do lie; behold, I will make them to come and worship before your feet, and to know that I have loved you.

7“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,

8ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରିପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ।

9ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ।

10ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।

11ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.