8ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”
9ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ, ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,
10ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,
11“ହେ ଆମ୍ଭମାନଙ୍କର ପ୍ରଭୁ ଓ ଈଶ୍ବର, ତୁମ୍ଭେ ଗୌରବ, ସମ୍ଭ୍ରମ ଓ ପରାକ୍ରମ ପାଇବାକୁ ଯୋଗ୍ୟ ଅଟ, ତୁମ୍ଭେ ସମସ୍ତ ସୃଷ୍ଟି କରିଅଛ, ଆଉ ତୁମ୍ଭ ଇଚ୍ଛାରେ, ସେହିସବୁ ସତ୍ତା ପ୍ରାପ୍ତ ହୋଇ ସୃଷ୍ଟ ହୋଇଅଛି।”