9ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, “ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ସର୍ବବଂଶ ଓ ସର୍ବଜାତିମାନଙ୍କ ମଧ୍ୟରୁ ଈଶ୍ବରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
10ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଈଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।”
11ତତ୍ପରେ ମୁଁ ଦୃଷ୍ଟିପାତ କଲି, ପୁଣି, ସିଂହାସନ, ପ୍ରାଣୀ ଓ ପ୍ରାଚୀନମାନଙ୍କ ଚତୁର୍ଦ୍ଦିଗରେ ଅନେକ ଅନେକ ଦୂତଙ୍କର ସ୍ୱର ଶୁଣିଲି ସେମାନଙ୍କର ସଂଖ୍ୟା ସହସ୍ର ସହସ୍ର ଓ ଅୟୁତ ଅୟୁତ।
12ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”
13ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”