12ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”
13ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”
14ସେଥିରେ ଚାରି ପ୍ରାଣୀ କହିଲେ, ଆମେନ୍, ପୁଣି, ପ୍ରାଚୀନମାନେ ଉବୁଡ଼ ହୋଇ ପ୍ରଣାମ କଲେ।