ପ୍ରକାଶିତ 5

କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।

Revelation 5:3 (UKJV) And no man in heaven, nor in earth, neither under the earth, was able to open the book, neither to look thereon.

1ତତ୍ପରେ ମୁଁ ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କ ଦକ୍ଷିଣ ହସ୍ତରେ ଚମଡାରୁ ନିର୍ମିତ ଗୋଟିଏ ନଳାକାର ପୁସ୍ତକ ଦେଖିଲି, ତାହା ଉଭୟ ପାର୍ଶ୍ୱରେ ଲିଖିତ ଓ ସପ୍ତ ମୁଦ୍ରାରେ ମୁଦ୍ରାଙ୍କିତ।

2ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?

3କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।

4ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।

5ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.