2ଆଉ ମୁଁ ଜଣେ ପରାକ୍ରମୀ ଦୂତଙ୍କୁ ଦେଖିଲି, ସେ ଉଚ୍ଚସ୍ୱରରେ ଘୋଷଣା କରି କହୁଥିଲେ, କିଏ ଏହି ମୁଦ୍ରାସବୁ ଭାଙ୍ଗି ପୁସ୍ତକ ଫିଟାଇବାକୁ ଯୋଗ୍ୟ?
3କିନ୍ତୁ ସ୍ୱର୍ଗ, ମର୍ତ୍ତ୍ୟ କି ପାତାଳରେ କେହି ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ସକ୍ଷମ ହେଲେ ନାହିଁ।
4ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।
5ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
6ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।