4ସେହି ପୁସ୍ତକ ଫିଟାଇବାକୁ କି ତାହା ପ୍ରତି ଦୃଷ୍ଟି କରିବାକୁ ଯୋଗ୍ୟ କେହି ନ ମିଳିବାରୁ ମୁଁ ଅତିଶୟ ରୋଦନ କଲି।
5ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
6ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।
7ସେ ଆସି ସିଂହାସନ ଉପରେ ବସିଥିବା ବ୍ୟକ୍ତିଙ୍କର ଦକ୍ଷିଣ ହସ୍ତରୁ ସେହି ପୁସ୍ତକ ନେଲେ।
8ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।