12ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,
13ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,
14ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
15ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
16ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,