14ଆକାଶମଣ୍ଡଳ ଚର୍ମପୁସ୍ତକ ଗୁଡ଼ା ହେଲା ପରି ଗୁଡ଼ା ହୋଇ ଦୂରୀଭୂତ ହେଲା, ପୁଣି, ପର୍ବତ ଓ ଦ୍ୱୀପ ସମସ୍ତ ସ୍ଥାନାନ୍ତରିତ ହେଲେ।
15ଆଉ ପୃଥିବୀର ରାଜାମାନେ, ପାତ୍ର-ମନ୍ତ୍ରୀମାନେ, ପ୍ରଧାନ ସେନାପତି ଓ ଧନୀମାନେ, ବଳବାନ ଲୋକମାନେ ଏବଂ ପରାଧୀନ ଓ ସ୍ୱାଧୀନ ଲୋକ ସମସ୍ତେ ଗୁହା ଓ ପର୍ବତମାଳାର ଶୈଳମାନଙ୍କ ମଧ୍ୟରେ ଆପଣା ଆପଣାକୁ ଲୁଚାଇଲେ,
16ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,
17କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇପାରେ?