ପ୍ରକାଶିତ 6

ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।

Revelation 6:3 (UKJV) And when he had opened the second seal, I heard the second beast say, Come and see.

1ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।

2ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ ଗୋଟିଏ ଶୁକ୍ଳବର୍ଣ୍ଣ ଅଶ୍ୱ, ପୁଣି, ତାହାର ଆରୋହୀଙ୍କ ହସ୍ତରେ ଗୋଟିଏ ଧନୁ; ତାହାଙ୍କୁ ଏକ ମୁକୁଟ ଦିଆ ହେଲା, ଆଉ ସେ ବିଜୟୀ ହୋଇ ଜୟ କରିବାକୁ ବାହାରିଗଲେ।

3ମେଷଶାବକ ଯେତେବେଳେ ଦ୍ୱିତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଦ୍ୱିତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।

4ସେଥିରେ ଆଉ ଗୋଟିଏ ଅଶ୍ୱ ବାହାରି ଆସିଲା, ତାହା ଲୋହିତବର୍ଣ୍ଣ; ଲୋକେ ଯେପରି ପରସ୍ପରକୁ ହତ୍ୟା କରନ୍ତି, ଏଥିନିମନ୍ତେ ପୃଥିବୀରୁ ଶାନ୍ତି ଦୂର କରିବା ନିମନ୍ତେ ତାହାର ଆରୋହୀକୁ କ୍ଷମତା ଦିଆଗଲା, ପୁଣି, ତାହାକୁ ଗୋଟିଏ ବୃହତ୍ ଖଡ୍ଗ ଦିଆଗଲା।

5ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.