5ମେଷଶାବକ ଯେତେବେଳେ ତୃତୀୟ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ତୃତୀୟ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ ଏବଂ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ କଳା ରଙ୍ଗର ଅଶ୍ୱ, ପୁଣି, ତାହାର ଆରୋହୀର ହସ୍ତରେ ଗୋଟିଏ ତରାଜୁ।
6ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।
7ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
8ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
9ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।