7ମେଷଶାବକ ଯେତେବେଳେ ଚତୁର୍ଥ ମୁଦ୍ରା ଭାଙ୍ଗିଲେ, ସେତେବେଳେ ମୁଁ ଚତୁର୍ଥ ପ୍ରାଣୀଙ୍କୁ ଏହା କହୁଥିବା ଶୁଣିଲି, ଆସ।
8ସେଥିରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ଗୋଟିଏ ପାଣ୍ଡୁ ବର୍ଣ୍ଣ ଅଶ୍ୱ, ତାହାର ଆରୋହୀ ନାମ ମୃତ୍ୟୁ, ପୁଣି, ପାତାଳ ତାହାର ପଶ୍ଚାଦ୍ଗମନ କରୁଥିଲା; ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ଓ ପୃଥିବୀର ବନ୍ୟ-ପଶୁମାନଙ୍କ ଦ୍ୱାରା ବିନାଶ କରିବାକୁ ପୃଥିବୀର ଚାରି ଭାଗ ଉପରେ ସେମାନଙ୍କୁ କ୍ଷମତା ଦିଆଗଲା।
9ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।
10ସେମାନେ ଉଚ୍ଚସ୍ୱରରେ ଡାକ ପକାଇ କହୁଥିଲେ, ହେ ପବିତ୍ର ଓ ସତ୍ୟ ପ୍ରଭୁ, ଆଉ କେତେ କାଳ ତୁମ୍ଭେ ବିଚାର ନ କରି ପୃଥିବୀନିବାସୀମାନଙ୍କଠାରୁ ଆମ୍ଭମାନଙ୍କ ରକ୍ତର ପରିଶୋଧ ନ ନେବ?
11ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।