1ତାହାପରେ ମୁଁ ଦେଖିଲି, ପୃଥିବୀ କି ସମୁଦ୍ର କି କୌଣସି ଗଛ ଉପରେ ଯେପରି ବାୟୁ ନ ବହେ, ଏଥିନିମନ୍ତେ ପୃଥିବୀର ଚାରି କୋଣରେ ଚାରି ଜଣ ଦୂତ ଠିଆ ହୋଇ ପୃଥିବୀର ଚାରି ବାୟୁକୁ ଅଟକାଇ ଧରିଅଛନ୍ତି।
2ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ବରଙ୍କର ମୁଦ୍ରା ଥିଲା। ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,
3ଆମ୍ଭେମାନେ ଆପଣାମାନଙ୍କ ଈଶ୍ବରଙ୍କର ଦାସମାନଙ୍କ କପାଳରେ ମୁଦ୍ରାଙ୍କନ ଦେବା ପର୍ଯ୍ୟନ୍ତ ତୁମ୍ଭେମାନେ ପୃଥିବୀ କିଅବା ସମୁଦ୍ର କିଅବା ଗଛଗୁଡ଼ିକର କ୍ଷତି କର ନାହିଁ।