8ସବୂଲୂନ ବଂଶରୁ ବାର ହଜାର, ଯୋଷେଫ ବଂଶରୁ ବାର ହଜାର, ବିନ୍ୟାମୀନ୍ ବଂଶରୁ ବାର ହଜାର।
9ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;
10ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।”
11ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,
12“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍।”