ପ୍ରକାଶିତ 7

“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”

Revelation 7:12 (UKJV) Saying, Amen: Blessing, and glory, and wisdom, and thanksgiving, and honour, and power, and might, be unto our God for ever and ever. Amen.

10ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।”

11ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,

12“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍‍।”

13ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?

14ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.