11ପୁଣି, ସମସ୍ତ ଦୂତ ସିଂହାସନ, ପ୍ରାଚୀନବର୍ଗ ଓ ଚାରି ପ୍ରାଣୀଙ୍କ ଚତୁର୍ଦ୍ଦିଗରେ ଉଭା ହୋଇଅଛନ୍ତି ଆଉ ସିଂହାସନ ସମ୍ମୁଖରେ ଉବୁଡ଼ ହୋଇପଡ଼ି ଈଶ୍ବରଙ୍କୁ ପ୍ରଣାମ କରି କହୁଅଛନ୍ତି,
12“ଆମେନ୍; ପ୍ରଶଂସା, ଗୌରବ, ଜ୍ଞାନ, ଧନ୍ୟବାଦ, ସମ୍ଭ୍ରମ, ପରାକ୍ରମ ଓ ଶକ୍ତି ଯୁଗେ ଯୁଗେ ଆମ୍ଭମାନଙ୍କ ଈଶ୍ବରଙ୍କର, ଆମେନ୍।”
13ପୁଣି, ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ ପଚାରିଲେ, ଧଳା ବସ୍ତ୍ର ପରିହିତ ଏହି ଲୋକମାନେ କିଏ ଓ ସେମାନେ କେଉଁଠାରୁ ଆସିଅଛନ୍ତି?
14ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
15ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।