14ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
15ସେଥିପାଇଁ, “ସେମାନେ ଈଶ୍ବରଙ୍କ ସିଂହାସନ ସମ୍ମୁଖରେ ଥାଇ, ଦିବାରାତ୍ର ତାହାଙ୍କ ମନ୍ଦିରରେ ତାହାଙ୍କର ଉପାସନା କରନ୍ତି,” “ପୁଣି, ସିଂହାସନ ଉପବିଷ୍ଟ ବ୍ୟକ୍ତି ସେମାନଙ୍କର ଆଶ୍ରୟ-ସ୍ୱରୂପ ହେବେ।
16ସେମାନଙ୍କର ଆଉ କେବେ ହେଁ କ୍ଷୁଧା କି ତୃଷା ହେବ ନାହିଁ,” “ପୁଣି, ସୂର୍ଯ୍ୟ କିଅବା କୌଣସି ଉତ୍ତାପ ସେମାନଙ୍କୁ ଆଘାତ କରିବ ନାହିଁ,
17କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”