ପ୍ରକାଶିତ 8

ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;

Revelation 8:10 (UKJV) And the third angel sounded, and there fell a great star from heaven, burning as it were a lamp, and it fell upon the third part of the rivers, and upon the fountains of waters;

8ଦ୍ୱିତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଯେପରି ଅଗ୍ନି ପ୍ରଜ୍ୱଳିତ ଗୋଟିଏ ବୃହତ ପର୍ବତ ସମୁଦ୍ରରେ ନିକ୍ଷିପ୍ତ ହେଲା; ସେଥିରେ ସମୁଦ୍ରର ତୃତୀୟାଂଶ ଜଳ ରକ୍ତମୟ ହୋଇଗଲା,

9ପୁଣି, ସମୁଦ୍ରରେ ଥିବା ଜୀବମାନଙ୍କର ତୃତୀୟାଂଶ ମଲେ ଓ ଜାହାଜର ତୃତୀୟାଂଶ ବିନଷ୍ଟ ହେଲା।

10ତୃତୀୟ ଦୂତ ତୂରୀଧ୍ୱନୀ କରନ୍ତେ ଅଗ୍ନିଶିଖା ପରି ପ୍ରଜ୍ୱଳିତ ଗୋଟିଏ ବୃହତ୍ ନକ୍ଷତ୍ର ଆକାଶରୁ ଖସି ନଦୀସମୂହର ତୃତୀୟାଂଶ ଓ ନିର୍ଝରଗୁଡ଼ିକ ଉପରେ ପତିତ ହେଲା;

11ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।

12ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.