ପ୍ରକାଶିତ 8

ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।

Revelation 8:13 (UKJV) And I beheld, and heard an angel flying through the midst of heaven, saying with a loud voice, Woe, woe, woe, to the citizens of the earth by reason of the other voices of the trumpet of the three angels, which are yet to sound!

11ସେହି ନକ୍ଷତ୍ରର ନାମ ନାଗଦଅଣା। ସେଥିରେ ଜଳର ତୃତୀୟାଂଶ ନାଗଦଅଣା ହେଲା, ଆଉ ଅନେକ ଲୋକ ସେହି ଜଳ ହେତୁ ମଲେ, କାରଣ ତାହା ତିକ୍ତ କରାଯାଇଥିଲା।

12ଚତୁର୍ଥ ଦୂତ ତୂରୀଧ୍ୱନୀ କରନ୍ତେ ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ର ସମୂହର ତୃତୀୟାଂଶ ଆଘାତ ପ୍ରାପ୍ତ ହେବାରୁ ସେସମସ୍ତର ତୃତୀୟାଂଶ ଅନ୍ଧକାରମୟ ହେଲା, ଦିବସର ତୃତୀୟାଂଶ ଆଲୋକରହିତ ହେଲା ଓ ରାତ୍ରି ମଧ୍ୟ ସେହି ପ୍ରକାର ହେଲା।

13ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଷପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.