ପ୍ରକାଶିତ 8

ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।

Revelation 8:4 (UKJV) And the smoke of the incense, which came with the prayers of the saints, ascended up before God out of the angel's hand.

2ତତ୍ପରେ ମୁଁ ଈଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।

3ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।

4ସେଥିରେ ଦୂତଙ୍କ ହସ୍ତରୁ ଧୂପର ଧୂମ ସାଧୁମାନଙ୍କ ପ୍ରାର୍ଥନା ସହ ଈଶ୍ବରଙ୍କ ସମ୍ମୁଖରେ ଉଠିଲା।

5ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।

6ସେତେବେଳେ ସପ୍ତ ତୂରୀଧାରୀ ସପ୍ତ ଦୂତ ତୂରୀଧ୍ୱନୀ କରିବାକୁ ପ୍ରସ୍ତୁତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.