8ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;
9ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।
10ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।
11ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍ ଭାଷାରେ ଅପଲ୍ଲିୟୋନ୍।
12ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।