ପ୍ରକାଶିତ 9

ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।

Revelation 9:11 (UKJV) And they had a king over them, which is the angel of the bottomless pit, whose name in the Hebrew tongue is Abaddon, but in the Greek tongue has his name Apollyon.

9ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।

10ବିଛାର ଲାଙ୍ଗୁଳ ଓ ନାହୁଡ଼ ପରି ସେମାନଙ୍କର ଲାଙ୍ଗୁଳ ଓ ନାହୁଡ଼; ପାଞ୍ଚ ମାସ ପର୍ଯ୍ୟନ୍ତ ମନୁଷ୍ୟମାନଙ୍କର କ୍ଷତି କରିବାକୁ ସେମାନଙ୍କ ଲାଙ୍ଗୁଳରେ ଶକ୍ତି ଥିଲା।

11ପାତାଳକୁଣ୍ଡର ଦୂତ ସେମାନଙ୍କର ରାଜା, ତାହାଙ୍କର ନାମ ଏବ୍ରୀ ଭାଷାରେ ଆବଦ୍ଦୋନ୍ ଓ ଗ୍ରୀକ୍‍ ଭାଷାରେ ଅପଲ୍ଲିୟୋନ୍।

12ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।

13ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.