12ପ୍ରଥମ ସନ୍ତାପ ଗତ ହେଲା, ଦେଖ, ଏହାପରେ ଆଉ ଦୁଇଟି ସନ୍ତାପ ଆସୁଅଛି।
13ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,
14ତାହା ତୂରୀ ଧରିଥିବା ସେହି ଷଷ୍ଠ ଦୂତଙ୍କୁ କହିଲା, ଫରାତ୍ ମହାନଦୀରେ ବନ୍ଦୀ ଥିବା ଚାରି ଦୂତଙ୍କୁ ମୁକ୍ତ କରିଦିଅ।
15ସେଥିରେ ମନୁଷ୍ୟମାନଙ୍କର ଏକ ତୃତୀୟାଂଶକୁ ବଧ କରିବା ନିମନ୍ତେ ଏହି ଯେଉଁ ଚାରି ଦୂତ ସେହି ଦଣ୍ଡ, ଦିନ, ମାସ ଓ ବର୍ଷ ପାଇଁ ପ୍ରସ୍ତୁତ କରା ହୋଇଥିଲେ, ସେମାନେ ମୁକ୍ତ କରାଗଲେ।
16ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।