ପ୍ରକାଶିତ 9

ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।

Revelation 9:18 (UKJV) By these three was the third part of men killed, by the fire, and by the smoke, and by the brimstone, which issued out of their mouths.

16ଅଶ୍ୱାରୋହୀ ସୈନ୍ୟମାନଙ୍କ ସଂଖ୍ୟା କୋଡ଼ିଏ କୋଟି; ମୁଁ ସେମାନଙ୍କ ସଂଖ୍ୟା ଶୁଣିଲି।

17ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।

18ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।

19କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।

20ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍‍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.