17ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।
18ସେମାନଙ୍କ ମୁଖରୁ ନିର୍ଗତ ଅଗ୍ନି, ଧୂମ ଓ ଗନ୍ଧକରୂପ ଏହି ତିନି କ୍ଲେଶ ଦ୍ୱାରା ମନୁଷ୍ୟମାନଙ୍କର ଏକ ତୃତୀୟାଂଶ ବଧ କରାଗଲେ।
19କାରଣ ଅଶ୍ୱମାନଙ୍କ ଶକ୍ତି ସେମାନଙ୍କ ମୁଖ ଓ ଲାଙ୍ଗୁଳରେ ଥିଲା, ଯେଣୁ ସେମାନଙ୍କ ଲାଙ୍ଗୁଳ ସର୍ପ ସଦୃଶ ଓ ମସ୍ତକବିଶିଷ୍ଟ; ତଦ୍ୱାରା ସେମାନେ କ୍ଷତି କରନ୍ତି।
20ଯେଉଁ ଅବଶିଷ୍ଟ ମନୁଷ୍ୟମାନେ ଏହି ସମସ୍ତ କ୍ଲେଶ ଦ୍ୱାରା ବଧ କରାଯାଇ ନ ଥିଲେ, ସେମାନେ ଆପଣା ଆପଣା ହସ୍ତକୃତ କର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ, ଅର୍ଥାତ୍ ଭୂତମାନଙ୍କ ପୂଜା, ପୁଣି, ଦର୍ଶନ, ଶ୍ରବଣ ଓ ଗମନ କରିବାକୁ ଅସମର୍ଥ ସୁବର୍ଣ୍ଣ, ରୌପ୍ୟ, ପିତ୍ତଳ, ପ୍ରସ୍ତର ଓ କାଠରେ ତିଆରି ପ୍ରତିମାର ପୂଜା ପରିତ୍ୟାଗ କଲେ ନାହିଁ,
21ଆଉ ସେମାନେ ଆପଣାମାନଙ୍କର ନରହତ୍ୟା, କୁହୁକ, ବ୍ୟଭିଚାର ଓ ଚୌର୍ଯ୍ୟକର୍ମରୁ ମନ-ପରିବର୍ତ୍ତନ କଲେ ନାହିଁ।