1ତତ୍ପରେ ପଞ୍ଚମ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଆକାଶରୁ ଗୋଟିଏ ନକ୍ଷତ୍ର ପୃଥିବୀରେ ପତିତ ହେବାର ଦେଖିଲି; ତାହାକୁ ପାତାଳକୁଣ୍ଡର ଚାବି ଦିଆଗଲା।
2ସେ ସେହି ପାତାଳକୁଣ୍ଡ ଫିଟାନ୍ତେ ସେଥିରୁ ବୃହତ୍ ଭାଟିର ଧୂମ ପରି ଧୂମ ଉଠିଲା, ଆଉ ସେହି ପାତାଳକୁଣ୍ଡର ଧୂମ ହେତୁ ସୂର୍ଯ୍ୟ ପୁଣି, ଆକାଶ ଅନ୍ଧକାରାଚ୍ଛନ୍ନ ହେଲା।
3ଧୂମ ମଧ୍ୟରୁ ପଙ୍ଗପାଳ ବାହାର ହୋଇ ପୃଥିବୀକୁ ଆସିଲେ, ସେମାନଙ୍କୁ ପୃଥିବୀର ବିଛାର ଶକ୍ତି ପରି ଶକ୍ତି ଦିଆଗଲା।
4ପୃଥିବୀର ଘାସ କି ସବୁଜ ରଙ୍ଗର ଶାକ କି କୌଣସି ବୃକ୍ଷର ଅନିଷ୍ଟ ନ କରି, ଯେଉଁମାନଙ୍କ କପାଳରେ ଈଶ୍ବରଙ୍କ ମୁଦ୍ରାଙ୍କ ନାହିଁ, କେବଳ ସେମାନଙ୍କ ଅନିଷ୍ଟ କରିବାକୁ ସେମାନଙ୍କୁ କୁହାଗଲା।