5ସେମାନଙ୍କୁ ବଧ ନ କରି ପାଞ୍ଚ ମାସ ପର୍ଯ୍ୟନ୍ତ ସେମାନଙ୍କର ଯନ୍ତ୍ରଣା ଘଟାଇବାକୁ ସେମାନଙ୍କୁ କ୍ଷମତା ଦିଆଗଲା; ବିଛା ମନୁଷ୍ୟକୁ ମାରିଲେ ଯେପରି ଯନ୍ତ୍ରଣା ହୁଏ, ଏହି ଯନ୍ତ୍ରଣା ସେହି ପ୍ରକାର।
6ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ୱେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ।
7ପଙ୍ଗପାଳମାନଙ୍କର ଆକୃତି ଯୁଦ୍ଧ ନିମନ୍ତେ ସଜ୍ଜିତ ଅଶ୍ୱମାନଙ୍କ ସଦୃଶ, ସେମାନଙ୍କ ମସ୍ତକର ଆବରଣ ସୁବର୍ଣ୍ଣ ମୁକୁଟ ତୁଲ୍ୟ, ପୁଣି, ସେମାନଙ୍କ ମୁଖ ମନୁଷ୍ୟମାନଙ୍କ ମୁଖ ସଦୃଶ;
8ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;
9ଲୌହ ଊରସ୍ତ୍ରାଣ ପରି ସେମାନଙ୍କର ଊରସ୍ତ୍ରାଣ, ପୁଣି, ରଥ ଓ ରଣକ୍ଷେତ୍ରରେ ଦୌଡ଼ୁଥିବା ଅନେକ ଅଶ୍ୱଙ୍କ ଶବ୍ଦ ପରି ସେମାନଙ୍କ ପକ୍ଷର ଶବ୍ଦ।