11ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି,
12ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।
13ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
14ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।
15ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।