ରୋମୀୟ 1

ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।

Romans 1:15 (UKJV) So, as much as in me is, I am ready to preach the gospel to you that are at Rome also.

13ହେ ଭାଇମାନେ, ଅବଶିଷ୍ଟ ଅଣଯିହୁଦୀମାନଙ୍କ ମଧ୍ୟରେ ଯେପ୍ରକାରେ, ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହି ପ୍ରକାରେ ମୁଁ ଯେପରି କିଛି ଫଳପ୍ରାପ୍ତ ହୋଇପାରେ, ସେଥିନିମନ୍ତେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଯେ ଥରକୁଥର ମନସ୍ଥ କରିଥିଲି, କିନ୍ତୁ ଏପର୍ଯ୍ୟନ୍ତ ବାଧାପ୍ରାପ୍ତ ହୋଇ ଆସିଅଛି; ସେ ବିଷୟରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।

14ଗ୍ରୀକ୍‍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।

15ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।

16କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍‍ ପକ୍ଷରେ।

17ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.