14ଗ୍ରୀକ୍ କି ବର୍ବର, ଶିକ୍ଷିତ କି ଅଶିକ୍ଷିତ, ସମସ୍ତଙ୍କ ନିକଟରେ ମୁଁ ଋଣୀ।
15ଅତଏବ, ରୋମବାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାର କରିବାକୁ ମୁଁ ଇଚ୍ଛୁକ ଅଟେ।
16କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୁଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
17ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
18କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି