ରୋମୀୟ 1

ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।

Romans 1:19 (UKJV) Because that which may be known of God is manifest in them; for God has showed it unto them.

17ସେଥିରେ ତ ଈଶ୍ବରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, “ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”

18କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି

19ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି।

20ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।

21କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.