ରୋମୀୟ 1

ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,

Romans 1:26 (UKJV) For this cause God gave them up unto vile affections: for even their women did change the natural use into that which is against nature:

24ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ।

25କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍‍।

26ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,

27ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।

28ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.