3ସେହି ଯୀଶୁ ଖ୍ରୀଷ୍ଟ ଶରୀର ସମ୍ବନ୍ଧରେ ଦାଉଦଙ୍କ ବଂଶଜାତ,
4କିନ୍ତୁ ଧର୍ମମୟ ପବିତ୍ର ଆତ୍ମା ସମ୍ବନ୍ଧରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ଦ୍ୱାରା ଈଶ୍ବରଙ୍କ ପୁତ୍ର ବୋଲି ଶକ୍ତି ସହ ନିର୍ଦ୍ଧିଷ୍ଟ ହେଲେ
5ଆଉ, ଯେଉଁ ଅଣଯିହୁଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
6ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।
7ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।