6ତାହାଙ୍କ ନାମର ଗୌରବ ନିମନ୍ତେ ସେହି ଅଣଯିହୁଦୀ ସମସ୍ତେ ଯେପରି ବିଶ୍ୱାସ କରି ଆଜ୍ଞାକାରୀ ହୁଅନ୍ତି, ଏଥିନିମନ୍ତେ ଆମ୍ଭେମାନେ ତାହାଙ୍କଠାରୁ ଅନୁଗ୍ରହ ଓ ପ୍ରେରିତ ପଦ ପାଇଅଛୁ।
7ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
8ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି।
9କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ,
10ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି।