9ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
10କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।
11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ।
12କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
13କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ।